Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:10 - ଓଡିଆ ବାଇବେଲ

10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସ-ଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ତୁମ୍ଭର ବିଶ୍ଵାସ-ଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

10 ହିଜକିୟକୁ ଏହିକଥା କହିବା ପାଇଁ ସେ ଦୂତଗଣ ପଠାଇଛନ୍ତି, “ଯିରୁଶାଲମ ଅଶୂରୀୟ ରାଜାଙ୍କର ହସ୍ତଗତ ହେବ ନାହିଁ। ‘ଏହିକଥା କହି ତୁମ୍ଭ ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ଯେପରି ନ ଭୁଲାନ୍ତି।”

Gade chapit la Kopi




ଯିଶାଇୟ 37:10
11 Referans Kwoze  

କିଅବା “ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ,” ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।


ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର ।


ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ’ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?


ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?


“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”


ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।


ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite