Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:10 - ଓଡିଆ ବାଇବେଲ

10 ମୁଁ କହିଲି, “ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ଵାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ନିଜକୁ କହିଲି ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳପୁର ଦ୍ୱାରରେ ପ୍ରବେଶ କରିବି। ମୁଁ ନିଜର ଜୀବନ ସମୟର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।

Gade chapit la Kopi




ଯିଶାଇୟ 38:10
12 Referans Kwoze  

ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;


ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।


ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।


ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।


ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”


ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି ? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି ?


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,


ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋ’ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋ’ ପ୍ରାଣକୁ ବାହାର କରି ଆଣିଲ।


ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।


Swiv nou:

Piblisite


Piblisite