Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:16 - ଓଡିଆ ବାଇବେଲ

16 ହେ ପ୍ରଭୁ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋ’ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ପ୍ରଭୋ, ଏହିସବୁ ଦ୍ଵାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି, ଏହେତୁ ତୁମ୍ଭେ ମୋତେ ସୁସ୍ଥ କରି ସଜୀବ କର।

Gade chapit la Kopi

ପବିତ୍ର ବାଇବଲ

16 ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି। ଆଉ ସେଥିରେ ସମ୍ପୂର୍ଣ୍ଣ ରୂପେ ମୋର ଆତ୍ମାର ଜୀବନ ଅଛି। ଏଣୁ ତୁମ୍ଭେ ମୋତେ ସୁସ୍ଥ କରି ପୁନଃର୍ଜୀବନ ଦିଅ।

Gade chapit la Kopi




ଯିଶାଇୟ 38:16
14 Referans Kwoze  

ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।


କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"


ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।


ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?


ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।


ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?


ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି ଫେରାଅ।”


ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା।


ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।


ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।


Swiv nou:

Piblisite


Piblisite