Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:8 - ଓଡିଆ ବାଇବେଲ

8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ। ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”

Gade chapit la Kopi

ପବିତ୍ର ବାଇବଲ

8 ସେତେବେଳେ ହିଜକିୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ ତାହା ଉତ୍ତମ।” ସେ ପୁଣି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”

Gade chapit la Kopi




ଯିଶାଇୟ 39:8
12 Referans Kwoze  

ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।


ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ। ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।


ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”


ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?


ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।”


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।


Swiv nou:

Piblisite


Piblisite