Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:18 - ଓଡିଆ ବାଇବେଲ

18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଜଳ-ନିର୍ଝର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।

Gade chapit la Kopi

ପବିତ୍ର ବାଇବଲ

18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ୟ ଭାଗରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।

Gade chapit la Kopi




ଯିଶାଇୟ 41:18
24 Referans Kwoze  

ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।


ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;


ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।


ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।


ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।


ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।


ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।


ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।


ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;


ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।


ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;


ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।


ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।


Swiv nou:

Piblisite


Piblisite