Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:22 - ଓଡିଆ ବାଇବେଲ

22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁନ୍ତ ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।” ଆଦ୍ୟରେ କ’ଣ ଘଟିଥିଲା ଓ ଭବିଷ୍ୟତରେ କ’ଣ ଘଟିବ, ଆମ୍ଭକୁ କୁହ। ତାହାହେଲେ ଶେଷଫଳ କ’ଣ ହେବ ଆମ୍ଭେ ବିବେଚନା କରିବା।

Gade chapit la Kopi




ଯିଶାଇୟ 41:22
11 Referans Kwoze  

ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।


ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି ? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”


ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।


ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।


ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।


ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”


ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।


ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


Swiv nou:

Piblisite


Piblisite