Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:25 - ଓଡିଆ ବାଇବେଲ

25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ଵାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।

Gade chapit la Kopi

ପବିତ୍ର ବାଇବଲ

25 “ଆମ୍ଭେ ଉତ୍ତର ଦିଗରୁ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ। ସେ ପୂର୍ବ ଦିଗରୁ ଆମ୍ଭର ଆହ୍ୱାନ କରେ। ସେ ଗାନ୍ଥନୀର ମସଲା ଓ କୁମ୍ଭକର ପାତ୍ର ନିର୍ମାଣ ପାଇଁ ବ୍ୟବହୃତ ମର୍ଦ୍ଦିତ ମୃତ୍ତିକା ପରି ପ୍ରତ୍ୟେକ ଶାସକକୁ ଦଳିତ କରିବ।

Gade chapit la Kopi




ଯିଶାଇୟ 41:25
15 Referans Kwoze  

ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।


ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନଃର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।”


ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;


ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।”


Swiv nou:

Piblisite


Piblisite