Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:4 - ଓଡିଆ ବାଇବେଲ

4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ଵାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।

Gade chapit la Kopi

ପବିତ୍ର ବାଇବଲ

4 କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ।

Gade chapit la Kopi




ଯିଶାଇୟ 41:4
26 Referans Kwoze  

ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।


ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?


ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?


ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।


"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।


ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।


ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”


ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।


ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।”


Swiv nou:

Piblisite


Piblisite