Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:12 - ଓଡିଆ ବାଇବେଲ

12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେ ପ୍ରକାଶ କରିଅଛୁ ଓ ଆମ୍ଭେ ତ୍ରାଣ କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ଵର ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧ୍ୟରେ କେହି ବିଦେଶୀୟ ଦେବତା ନ ଥିଲେ, ଆମ୍ଭେ ଦେଖାଇଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”

Gade chapit la Kopi




ଯିଶାଇୟ 43:12
13 Referans Kwoze  

ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।


ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”


ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।”


ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”


Swiv nou:

Piblisite


Piblisite