Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:16 - ଓଡିଆ ବାଇବେଲ

16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ସମୁଦ୍ରରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧ୍ୟରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,

Gade chapit la Kopi




ଯିଶାଇୟ 43:16
21 Referans Kwoze  

ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ ?


ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।


ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :


କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।


ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


Swiv nou:

Piblisite


Piblisite