Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:19 - ଓଡିଆ ବାଇବେଲ

19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।

Gade chapit la Kopi

ପବିତ୍ର ବାଇବଲ

19 କାରଣ ଆମ୍ଭେ ନୂତନ କାର୍ଯ୍ୟ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହେବ। ତୁମ୍ଭେ ଏହା ସତ୍ୟ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ୟ ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।

Gade chapit la Kopi




ଯିଶାଇୟ 43:19
26 Referans Kwoze  

ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।


ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।


ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;


ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।


ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।


ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।


ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।


ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;


ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”


Swiv nou:

Piblisite


Piblisite