Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:4 - ଓଡିଆ ବାଇବେଲ

4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେ ଆମ୍ଭପାଇଁ ଅତି ମୂଲ୍ୟବାନ୍, ତେଣୁ ଆମ୍ଭେ ତୁମ୍ଭକୁ ଅତି ସମ୍ମାନ ଦେଉଅଛୁ, ତୁମ୍ଭକୁ ପ୍ରେମ କରୁଛୁ ଏବଂ ତୁମ୍ଭ ପରିବର୍ତ୍ତନରେ ଲୋକମାନଙ୍କୁ ଓ ତୁମ୍ଭର ପ୍ରାଣର ବଦଳରେ ଗୋଷ୍ଠୀମାନଙ୍କୁ ଦେବା।

Gade chapit la Kopi




ଯିଶାଇୟ 43:4
23 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।


କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ ।


ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”


ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।


ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି ।


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)


ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,


Swiv nou:

Piblisite


Piblisite