Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:23 - ଓଡିଆ ବାଇବେଲ

23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ହେ ଆକାଶମଣ୍ତଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ଵନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ଵରରେ ଗାନ କରନ୍ତ କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ଵିତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।

Gade chapit la Kopi

ପବିତ୍ର ବାଇବଲ

23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି। ହେ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ୱନି କର। ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ବୃକ୍ଷ ସମୂହ, ତୁମ୍ଭେମାନେ ସମସ୍ତେ ଉଚ୍ଚ ସ୍ୱରରେ ପ୍ରଭୁଙ୍କର ପ୍ରଶଂସା ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇସ୍ରାଏଲକୁ ଗୌରବାନ୍ୱିତ କରିବେ।

Gade chapit la Kopi




ଯିଶାଇୟ 44:23
40 Referans Kwoze  

ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।


ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”


ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି ।


ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।


ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।


“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।


ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;


ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ।


(ସେ ଆରୋହଣ କଲେ ବୋଲି କହିଲେ ଅର୍ଥ କ'ଣ? ନା, ସେ ମଧ୍ୟ ନିଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।


ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି।


ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।


ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।


ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।


ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ;


ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।


କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।


ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।


Swiv nou:

Piblisite


Piblisite