Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:5 - ଓଡିଆ ବାଇବେଲ

5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵହସ୍ତରେ ସ୍ଵାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ

5 “ଜଣେ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର,’ ଅନ୍ୟ ଜଣେ ‘ଯାକୁବ’ ବୋଲି ନିଜକୁ କହିବ; ଆଉ କେହି ‘ସଦାପ୍ରଭୁଙ୍କର’ ସ୍ୱାକ୍ଷର ନିଜ ହାତରେ କରିବ ଓ ଅନ୍ୟ କେହି ‘ଇସ୍ରାଏଲର ନାମରେ ନିଜକୁ ପରିଚୟ ଦେବ।’”

Gade chapit la Kopi




ଯିଶାଇୟ 44:5
16 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।


ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି ।


ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।


ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, “ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


Swiv nou:

Piblisite


Piblisite