Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:3 - ଓଡିଆ ବାଇବେଲ

3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ତାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ଵାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ଵର ଅଟୁ, ଏହା ତୁମ୍ଭେ ଜାଣି ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।

Gade chapit la Kopi

ପବିତ୍ର ବାଇବଲ

3 ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।

Gade chapit la Kopi




ଯିଶାଇୟ 45:3
15 Referans Kwoze  

ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ’ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;


ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।


ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।


ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।


ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।


ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।


Swiv nou:

Piblisite


Piblisite