Biblia Todo Logo
Bib sou entènèt

- Piblisite -




ଯିଶାଇୟ 46:2 - ଓଡିଆ ବାଇବେଲ

2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ଅବନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି। ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହୋଇଗଲେ।

Gade chapit la Kopi




ଯିଶାଇୟ 46:2
16 Referans Kwoze  

କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।


ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହିସବୁ ଦଗ୍ଧ କଲେ।


ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି ? ଆହୁରି କହୁଛ, ତୁମ୍ଭର କଅଣ ହେଲା ?


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ମୋ’ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍‍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ?


ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍‍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।


ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।


ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।


Swiv nou:

Piblisite


Piblisite