Biblia Todo Logo
Bib sou entènèt

- Piblisite -




ଯିଶାଇୟ 46:5 - ଓଡିଆ ବାଇବେଲ

5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?

Gade chapit la Kopi

ପବିତ୍ର ବାଇବଲ

5 “ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷୟରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କେହି ନାହିଁ।

Gade chapit la Kopi




ଯିଶାଇୟ 46:5
13 Referans Kwoze  

ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?


ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?


କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର


ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,


ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?


ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ?


Swiv nou:

Piblisite


Piblisite