Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:10 - ଓଡିଆ ବାଇବେଲ

10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପରେ ନିର୍ଭର କରି ନିଜକୁ ନିରାପଦ ମଣୁଅଛ; ତୁମ୍ଭେ ଭାବୁଛ, ‘କେହି ତୁମ୍ଭକୁ ଦେଖୁ ନାହିଁ।’ ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ତୁମ୍ଭେ ନିଜକୁ ‘ମହାନ ବୋଲି ଭାବୁଛ, ଆମ୍ଭ ଛଡ଼ା କେହି ନାହିଁ ବୋଲି କହୁଅଛ।’

Gade chapit la Kopi




ଯିଶାଇୟ 47:10
23 Referans Kwoze  

ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”


ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।


ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”


ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।


ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ ?”


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


Swiv nou:

Piblisite


Piblisite