Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:11 - ଓଡିଆ ବାଇବେଲ

11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।

Gade chapit la Kopi

ପବିତ୍ର ବାଇବଲ

11 “ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ; ତୁମ୍ଭେ ଜାଣିବ ନାହିଁ ଏହା କେତେବେଳେ ଘଟିବ। ତୁମ୍ଭ ଉପରେ ବିପଦ ପଡ଼ିବ ମାତ୍ର ତୁମ୍ଭେ ତାହା ଦୂର କରି ପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହେବ, ତାହା ତୁମ୍ଭେ ଜାଣିବ ନାହିଁ।

Gade chapit la Kopi




ଯିଶାଇୟ 47:11
28 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।


ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”


ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା ।


ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।


ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।


ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ’ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।


ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।


Swiv nou:

Piblisite


Piblisite