Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:13 - ଓଡିଆ ବାଇବେଲ

13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭର ତ ବହୁ ଉପଦେଷ୍ଟା ଅଛନ୍ତି। ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ। ଏବେ ସେହି ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶିମାନେ, ମାସିକ ଶୁଭାଶୁଭ ଗଣନାକାରୀମାନେ ଛିଡ଼ା ହୁଅନ୍ତୁ ଓ ତୁମ୍ଭ ପ୍ରତି ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

Gade chapit la Kopi




ଯିଶାଇୟ 47:13
13 Referans Kwoze  

ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”


ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”


Swiv nou:

Piblisite


Piblisite