Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:13 - ଓଡିଆ ବାଇବେଲ

13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।

Gade chapit la Kopi




ଯିଶାଇୟ 48:13
18 Referans Kwoze  

ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।


ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।


ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;


କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?


ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;


ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।


ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର ?


ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।


ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?


ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?


ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।


Swiv nou:

Piblisite


Piblisite