Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:15 - ଓଡିଆ ବାଇବେଲ

15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ଵାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

15 “ଆମ୍ଭେ ନିଜେ ତାଙ୍କୁ କହିଅଛୁ, ନିଜେ ତାଙ୍କୁ ଆହ୍ୱାନ କରିଅଛୁ, ନିଜେ ତାଙ୍କୁ ଆଣିଅଛୁ; ସେ ନିଜ ପଥରେ କୃତକାର୍ଯ୍ୟ ହେବ।

Gade chapit la Kopi




ଯିଶାଇୟ 48:15
8 Referans Kwoze  

ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।


ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,


ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନଃର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”


ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।”


Swiv nou:

Piblisite


Piblisite