Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:5 - ଓଡିଆ ବାଇବେଲ

5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥା’ନ୍ତ, ‘ଆମ୍ଭର ଦେବତା ଏହା କରିଅଛନ୍ତି,’ ପୁଣି କହିଥା’ନ୍ତ ‘ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।’”

Gade chapit la Kopi




ଯିଶାଇୟ 48:5
10 Referans Kwoze  

ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।


ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,


ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”


ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।


ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।


Swiv nou:

Piblisite


Piblisite