Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:14 - ଓଡିଆ ବାଇବେଲ

14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

14 ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି। ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”

Gade chapit la Kopi




ଯିଶାଇୟ 49:14
14 Referans Kwoze  

ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ ?


ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?


ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;


ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।


ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?


ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।


ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା-ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?


ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


Swiv nou:

Piblisite


Piblisite