Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:2 - ଓଡିଆ ବାଇବେଲ

2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍‍ଗ ସ୍ଵରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ଵରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ତାଙ୍କର ବାକ୍ୟ ପ୍ରଗ୍ଭର ପାଇଁ ମୋତେ ପଠାଇଛନ୍ତି। ତେଣୁ ସେ ମୋର ମୁଖକୁ ତୀ‌‌‌କ୍ଷ୍‌‌‌ଣ ‌‌ଖ‌ଡ଼୍‌ଗ ସ୍ୱରୂପ କରିଛନ୍ତି। ନିଜର ହସ୍ତ ଛାୟାରେ ସେ ମୋତେ ଲୁଗ୍ଭଇ ରଖିଛନ୍ତି ଓ ସେ ମୋତେ ଶାଣିତ ବାଣସ୍ୱରୂପ କରି ନିଜର ତୁଣୀରରେ ଲୁଗ୍ଭଇ ରଖିଛନ୍ତି।

Gade chapit la Kopi




ଯିଶାଇୟ 49:2
20 Referans Kwoze  

କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।


ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।


ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖ‌ଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;


ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।


ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।


Swiv nou:

Piblisite


Piblisite