Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:21 - ଓଡିଆ ବାଇବେଲ

21 ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି ? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”

Gade chapit la Kopi

ପବିତ୍ର ବାଇବଲ

21 ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହୋଇ ଏଣେ ତେଣେ ଭ୍ରମଣ କରୁଅଛି। ମୋର ଏ ସମସ୍ତଙ୍କୁ କିଏ ଜନ୍ମ ଦେଇଛନ୍ତି? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠାରେ ଥିଲେ?’”

Gade chapit la Kopi




ଯିଶାଇୟ 49:21
21 Referans Kwoze  

ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !


ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।


ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍‍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।


ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।


ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।


ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।


କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।


ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।


ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?


Swiv nou:

Piblisite


Piblisite