Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:4 - ଓଡିଆ ବାଇବେଲ

4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ଵରଙ୍କଠାରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”

Gade chapit la Kopi

ପବିତ୍ର ବାଇବଲ

4 ମାତ୍ର ମୁଁ କହିଲି, “ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତାରେ ମୋର ଶକ୍ତି ବ୍ୟୟ କରିଅଛି। ତଥାପି ନିଶ୍ଚୟ ମୋର ବିଗ୍ଭର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମୋର ପରମେଶ୍ୱରଙ୍କଠାରେ ଅଛି।

Gade chapit la Kopi




ଯିଶାଇୟ 49:4
28 Referans Kwoze  

ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?


କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,.


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ ।


ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।


ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।


ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।'


ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?


ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;


ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି ।


ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।


ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ ?


ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”


ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ’ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


Swiv nou:

Piblisite


Piblisite