Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:1 - ଓଡିଆ ବାଇବେଲ

1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ’ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ’ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;

Gade chapit la Kopi

ପବିତ୍ର ବାଇବଲ

1 ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ। ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।

Gade chapit la Kopi




ଯିଶାଇୟ 5:1
23 Referans Kwoze  

ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।


ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।


ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ ।


ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।


ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?


ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।


ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।


ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।


ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।


ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;


ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।


ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।


Swiv nou:

Piblisite


Piblisite