Biblia Todo Logo
Bib sou entènèt

- Piblisite -




ଯିଶାଇୟ 50:11 - ଓଡିଆ ବାଇବେଲ

11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅଗ୍ନି ଜ୍ଵଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ଵଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।

Gade chapit la Kopi

ପବିତ୍ର ବାଇବଲ

11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।”

Gade chapit la Kopi




ଯିଶାଇୟ 50:11
30 Referans Kwoze  

ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।


ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।


ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”


ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।


ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ ।


ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।


ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;


ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।


ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।


Swiv nou:

Piblisite


Piblisite