Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:1 - ଓଡିଆ ବାଇବେଲ

1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।

Gade chapit la Kopi

ପବିତ୍ର ବାଇବଲ

1 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର।

Gade chapit la Kopi




ଯିଶାଇୟ 51:1
29 Referans Kwoze  

ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।


ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।


ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।


ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।


କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।


ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।


ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।


ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।


ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।


ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।


Swiv nou:

Piblisite


Piblisite