Biblia Todo Logo
Bib sou entènèt

- Piblisite -




ଯିଶାଇୟ 52:2 - ଓଡିଆ ବାଇବେଲ

2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ନିଜ ଦେହର ଧୂଳି ଝାଡ଼ି ଦିଅ, ହେ ସିୟୋନର ବନ୍ଦୀନି କନ୍ୟା ଯିରୁଶାଲମ! ଉଠ, ତୁମ୍ଭ ଗଳାର ସେ ବନ୍ଧନକୁ ଢିଲା କର।

Gade chapit la Kopi




ଯିଶାଇୟ 52:2
19 Referans Kwoze  

ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;


“ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।


ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।


ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ଫୁସ୍‍ ଶବ୍ଦ ଉଠିବ।


ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି ? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ ?”


ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।


କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।


ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।”


Swiv nou:

Piblisite


Piblisite