Biblia Todo Logo
Bib sou entènèt

- Piblisite -




ଯିଶାଇୟ 53:1 - ଓଡିଆ ବାଇବେଲ

1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

Gade chapit la Kopi




ଯିଶାଇୟ 53:1
16 Referans Kwoze  

ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?


କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


କିନ୍ତୁ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ୱରଙ୍କ ଶକ୍ତି ଓ ଈଶ୍ୱରଙ୍କ ଜ୍ଞାନସ୍ୱରୂପ ଅଟନ୍ତି ।


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।


ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;


ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।


Swiv nou:

Piblisite


Piblisite