Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:13 - ଓଡିଆ ବାଇବେଲ

13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ଵାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ସେମାନେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ। ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ। ଗୋଟିଏ ନିଃଶ୍ୱାସ ସେ ସମସ୍ତଙ୍କୁ ନେଇଯିବ। କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତରେ ଅଧିକାରୀ ହେବ।”

Gade chapit la Kopi




ଯିଶାଇୟ 57:13
39 Referans Kwoze  

କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,


“ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।


ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”


ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।


ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।


ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।


ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।


ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।


ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।


ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।


ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି ?


ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ’ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।


କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।


କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ


ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।


ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


Swiv nou:

Piblisite


Piblisite