Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:2 - ଓଡିଆ ବାଇବେଲ

2 ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ମାତ୍ର ସେମାନେ ଶାନ୍ତିରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠାରେ ଗ୍ଭଲନ୍ତି, ସେମାନେ ନିଜର ଶଯ୍ୟାରେ ଶାନ୍ତିରେ ବିଶ୍ରାମ କରିବେ।

Gade chapit la Kopi




ଯିଶାଇୟ 57:2
19 Referans Kwoze  

ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;


ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।


କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।


ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି।


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।


ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।


ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”


Swiv nou:

Piblisite


Piblisite