Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:4 - ଓଡିଆ ବାଇବେଲ

4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ଵା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହା ଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କ’ଣ ଅଧର୍ମାଗ୍ଭରୀର ସନ୍ତାନ ଓ ଅନାଗ୍ଭର ବଂଶ ନୁହଁ?

Gade chapit la Kopi




ଯିଶାଇୟ 57:4
33 Referans Kwoze  

ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”


ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?


ଏହି ସବୁ ହେତୁରୁ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।


ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।


କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;


ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।


ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।


ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”


ତୁମ୍ଭେ କାହାକୁ ଧିକ୍‍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !


କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?


ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।


ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।


ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି।


ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,


ତହୁଁ ସମସ୍ତ ଲୋକ ମକ୍‍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ତୁମ୍ଭେମାନେ ଅଲୋନ୍‍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍‍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚ ସ୍ୱର କରେ; କାରଣ ସଦାପ୍ରଭୁଙ୍କର ବାକ୍ୟ ମୋ’ ପ୍ରତି ସାରାଦିନ ଧିକ୍‍କାର ଓ ବିଦ୍ରୂପର ବିଷୟ ହୋଇଅଛି।


Swiv nou:

Piblisite


Piblisite