Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:6 - ଓଡିଆ ବାଇବେଲ

6 ଉପତ୍ୟକାର ଚିକ୍‍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ହେତୁରୁ ଆମ୍ଭେ କି ଶା; ହେବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?

Gade chapit la Kopi

ପବିତ୍ର ବାଇବଲ

6 ଉପତ୍ୟକାର ଚି‌କ୍‌କଣ ପଥରଗୁଡ଼ିକ ମଧ୍ୟରେ ତୁମ୍ଭର ଅଂଶ, ସେଗୁଡ଼ିକରେ ତୁମ୍ଭର ଅଧିକାର; ପୁଣି ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟନୈବେଦ୍ୟ ଢାଳିଅଛ ଓ ନୈବେଦ୍ୟ ଉତ୍ସର୍ଗ କରିଅଛ। ଏସବୁରେ ଆମ୍ଭେ କ’ଣ ଶାନ୍ତ ହେବା?

Gade chapit la Kopi




ଯିଶାଇୟ 57:6
13 Referans Kwoze  

ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”


ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।


ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।”


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?”


ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କ’ଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


Swiv nou:

Piblisite


Piblisite