Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:12 - ଓଡିଆ ବାଇବେଲ

12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ଵଂସିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।

Gade chapit la Kopi

ପବିତ୍ର ବାଇବଲ

12 କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସେବା କରିବ ନାହିଁ, ସେ ବିନଷ୍ଟ ହେବ। ସେହି ଦେଶଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପ୍ରାପ୍ତ ହେବେ।

Gade chapit la Kopi




ଯିଶାଇୟ 60:12
18 Referans Kwoze  

ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।


ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା,” ଏହା ସଦାପ୍ରଭୁ କହନ୍ତି।


ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।


ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।


ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


Swiv nou:

Piblisite


Piblisite