Biblia Todo Logo
Bib sou entènèt

- Piblisite -




ଯିଶାଇୟ 61:4 - ଓଡିଆ ବାଇବେଲ

4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।

Gade chapit la Kopi

ପବିତ୍ର ବାଇବଲ

4 “ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।

Gade chapit la Kopi




ଯିଶାଇୟ 61:4
11 Referans Kwoze  

ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”


ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !


ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”


କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।


Swiv nou:

Piblisite


Piblisite