ଯିଶାଇୟ 64:3 - ଓଡିଆ ବାଇବେଲ3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ। Gade chapit laପବିତ୍ର ବାଇବଲ3 ଯେତେବେଳେ ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲ, ଆମ୍ଭେ ଆଶାକରି ନ ଥିଲୁ। ତା'ପରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗରେ କମ୍ପନ କରିବାକୁ ଆରମ୍ଭ କରିବ। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।