Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:1 - ଓଡିଆ ବାଇବେଲ

1 “ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ଵାରା ଆମ୍ଭେ ଅନ୍ଵେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ଵେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତିନ୍ତ ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।

Gade chapit la Kopi




ଯିଶାଇୟ 65:1
20 Referans Kwoze  

ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।'


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।


ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।


ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।


ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।”


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”


ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।”


ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।


Swiv nou:

Piblisite


Piblisite