Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:5 - ଓଡିଆ ବାଇବେଲ

5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ; ମାତ୍ର ସେମାନେ ଲଜ୍ଜିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ ଯେଉଁ ଦିନ ସଦାପ୍ରଭୁଙ୍କ ବାକ୍ୟରେ କମ୍ପିତ ହେଉଅଛ, ତାଙ୍କର ବାକ୍ୟ ଶୁଣ। “ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି; ସେମାନେ କହି ଅଛନ୍ତି, ‘ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହୁଅନ୍ତୁ,’ ମାତ୍ର ସେମାନେ ଲଜ୍ଜିତ ହେବେ।”

Gade chapit la Kopi




ଯିଶାଇୟ 66:5
32 Referans Kwoze  

କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।


ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।


ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।


ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।


ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ ।


ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ ।


ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।


ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।


ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”


ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”


ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।


ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


Swiv nou:

Piblisite


Piblisite