Biblia Todo Logo
Bib sou entènèt

- Piblisite -




ଯିଶାଇୟ 7:11 - ଓଡିଆ ବାଇବେଲ

11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”

Gade chapit la Kopi

ପବିତ୍ର ବାଇବଲ

11 ସେ କହିଲେ, “ଏ ଗୁଡ଼ିକ ସତ୍ୟ ବୋଲି ତୁମ୍ଭେ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ। ସେହି ଚିହ୍ନ ଅଧୋଲୋକରୁ ହେଉ କିମ୍ବା ଉର୍ଦ୍ଧଲୋକରୁ ହେଉ ସଦାପ୍ରଭୁଙ୍କୁ ସେହି ଚିହ୍ନ ମାଗ।”

Gade chapit la Kopi




ଯିଶାଇୟ 7:11
18 Referans Kwoze  

ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।


ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?”


ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।


ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,


ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,


ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ ।


“ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।”


ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,


ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ୱରୂପ ହେବ।”


ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।”


ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”


Swiv nou:

Piblisite


Piblisite