Biblia Todo Logo
Bib sou entènèt

- Piblisite -




ଯିଶାଇୟ 7:17 - ଓଡିଆ ବାଇବେଲ

17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”

Gade chapit la Kopi

ପବିତ୍ର ବାଇବଲ

17 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। “କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିବେ। ସେହି ଦୁଃସମୟ ତୁମ୍ଭ ଲୋକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରମେଶ୍ୱର କ’ଣ କରିବେ? ସେ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆଣିବେ।

Gade chapit la Kopi




ଯିଶାଇୟ 7:17
12 Referans Kwoze  

ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ।


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”


Swiv nou:

Piblisite


Piblisite