Biblia Todo Logo
Bib sou entènèt

- Piblisite -




ଯିଶାଇୟ 7:23 - ଓଡିଆ ବାଇବେଲ

23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।

Gade chapit la Kopi

ପବିତ୍ର ବାଇବଲ

23 ସେହି ଭୂମିରେ କ୍ଷେତମାନଙ୍କରେ ଏକ ହଜାର ଦ୍ରାକ୍ଷାଲତା ହେବ। ପ୍ରତ୍ୟେକ ଦ୍ରାକ୍ଷାଲତାର ମୂଲ୍ୟ 1,000 ରୌପ୍ୟ ମୁଦ୍ରା ହେବ। ମାତ୍ର ସେହି କ୍ଷେତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣ ହେବ।

Gade chapit la Kopi




ଯିଶାଇୟ 7:23
13 Referans Kwoze  

ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।


କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ ।


ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।


କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।


ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।


ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।


ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ବିଷୟରେ କହିଥିଲା ‘ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି,’ ସେହିସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।


Swiv nou:

Piblisite


Piblisite