Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:1 - ଓଡିଆ ବାଇବେଲ

1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି);

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା'ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”

Gade chapit la Kopi




ଯିଶାଇୟ 8:1
11 Referans Kwoze  

ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।


ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।


ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ ।


ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।


ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’


Swiv nou:

Piblisite


Piblisite