Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:20 - ଓଡିଆ ବାଇବେଲ

20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।

Gade chapit la Kopi




ଯିଶାଇୟ 8:20
29 Referans Kwoze  

ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।


ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର ?


ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।


ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।


କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର !


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି ? ତୁମ୍ଭେ କିପରି ପାଠ କରୁଅଛ ?


କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;


ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”


ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି ?


Swiv nou:

Piblisite


Piblisite