Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:6 - ଓଡିଆ ବାଇବେଲ

6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍‍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

6 ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।”

Gade chapit la Kopi




ଯିଶାଇୟ 8:6
19 Referans Kwoze  

ଶିଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) ପୋଖରୀରେ ଧୋଇ ହୁଅ । ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା ।


ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।


ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ ?


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।


କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ?


ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”


ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,


ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।


ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;


ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍‍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


Swiv nou:

Piblisite


Piblisite