Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:14 - ଓଡିଆ ବାଇବେଲ

14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଞ୍ଜ ଛେଦନ କରିବେ। ଆଉମଧ୍ୟ ତାଳବୃକ୍ଷର ଡାଳ ବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।

Gade chapit la Kopi




ଯିଶାଇୟ 9:14
28 Referans Kwoze  

ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ୱର ଶକ୍ତିମାନ ।


ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।


କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା। ଆଉ ପ୍ରତ୍ୟକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ୍, ତୁ ସନ୍ତାପର ପାତ୍ରୀ । କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”


କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।


ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”


ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।


ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।


ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।


ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”


ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।


ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”


ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”


ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।


Swiv nou:

Piblisite


Piblisite