Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:16 - ଓଡିଆ ବାଇବେଲ

16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ଆଉ ସେମାନଙ୍କୁ ଅନୁସରଣ କରୁଥିବା ବ୍ୟକ୍ତିଗଣ ବିନଷ୍ଟ ହେବେ।

Gade chapit la Kopi




ଯିଶାଇୟ 9:16
15 Referans Kwoze  

ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।


ମୋ’ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ’ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।


ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ ।


ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।


ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।


ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


Swiv nou:

Piblisite


Piblisite