Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:10 - ଓଡିଆ ବାଇବେଲ

10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପୁଣି ଖୀଷ୍ଟବିଶ୍ୱାସୀ ଧନୀ ତା’ର ହୀନାବସ୍ଥାରେ ଦର୍ପ କର, କାରଣ ଧନୀ ଘାସ ଫୁଲ ପରି ଝଡ଼ିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।

Gade chapit la Kopi

ପବିତ୍ର ବାଇବଲ

10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ।

Gade chapit la Kopi




ଯାକୁବଙ୍କ ପତ୍ର 1:10
19 Referans Kwoze  

କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।


ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।


ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।


କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।


କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।


କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।


Swiv nou:

Piblisite


Piblisite